Skip to content
-
ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର
ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର
  • Home
  • Politics
  • Governance
  • Economy
  • Opinion
  • Media
    • Video
  • Literature
    • Guest Column
    • More

Welcome to the ultimate source for fresh perspectives! Explore curated content to enlighten, entertain and engage global readers.

  • Facebook
  • X
  • Instagram
  • LinkedIn

Recent Posts

  • ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଲକ୍ଷ୍ୟ ହାସଲରେ ଜନଜାତି ଯୁବବର୍ଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରନ୍ତୁ : ମୁଖ୍ୟ ଶାସନ ସଚିବ
    by Rabipriya Dash
    August 6, 2026
  • ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ‘ପ୍ରଭାଦୀପ୍ତ’ ସମ୍ମାନ
    by ସଂକ୍ଷିପ୍ତ ଖବର
    July 31, 2026
  • ଦେଶର ଋଣ ବୋଝ ୨୦୦ଲକ୍ଷ କୋଟିରୁ ଅଧିକ ହେବ
    by ସଂକ୍ଷିପ୍ତ ଖବର
    July 23, 2026
  • ଭାରତରେ ବିଚାର ପ୍ରତୀକ୍ଷାରେ ଅଛି ୫.୬୪ କୋଟି ମାମଲା
    by ସଂକ୍ଷିପ୍ତ ଖବର
    July 23, 2026
  • Home
  • Politics
  • Governance
  • Economy
  • Opinion
  • Media
    • Video
  • Literature
    • Guest Column
    • More
Close

Search

GovernanceMediaMore

ନୂଆପଡାରେ ବିଜେପିକୁ ଝଟ୍‍କା

-ବିଜେଡିରେ ମିଶିଲେ ବସନ୍ତ ପଣ୍ଡାଙ୍କ ପୁତୁରା
-ଦୁଇ ବିଜେପି ସଂଗଠକ ଛାଡ଼ିଲେ ଦଳ, ବିଜେଡିକୁ ଗଲେ

 

ଭୁବନେଶ୍ୱର:୨୮/୧୦-ନୂଆପଡା ଉପ ନିର୍ବାଚନ ମାହୋଲ ସରଗରମ ହୋଇଥିବା ବେଳେ ଆଜି ବିଜେପିର ପୂର୍ବତନ ସଭାପତି ତଥା ନୂଆପଡାର ପୂର୍ବତନ ବିଧାୟକ ବସନ୍ତ ପଣ୍ଡାଙ୍କ ପୁତୁରା ହରିଶ୍ଚନ୍ଦ୍ର ପଣ୍ଡା, ସରପଞ୍ଚ ସଙ୍ଘର ସାଧାରଣ ସମ୍ପାଦକ ତଥା ପୂର୍ବତନ ଜିଲ୍ଲା ଉପ ସଭାପତି ଟେକରାମ ସାହୁ, ପୂର୍ବତନ ନୂଆପଡା ନଗର ସଭାପତି ଉମେଶ ସହିଷ ଆଜି ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଶ୍ରୀ ପଣ୍ଡା ଆଜି ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ଶଙ୍ଖ ଭବନରେ ଆନୁଷ୍ଠାନିକ ଭାବେ ତାଙ୍କୁ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଦିବ୍ୟଶଙ୍କର ମିଶ୍ର ସ୍ୱାଗତ କରିଥିଲେ ।

ଉଲ୍ଲେଖଯୋଗ୍ୟ ଯେ ହରିଶଚନ୍ଦ୍ର ପଣ୍ଡା ନୂଆପଡାରେ ଜଣେ ଦୃଢ଼ ସଂଗଠକ। ନିର୍ବାଚନ ପରିଚାଳନାରେ ଶ୍ରୀ ପଣ୍ଡାଙ୍କର ସକ୍ରିୟ ଅନୁଭୂତି ରହିଛି। ଶ୍ରୀ ପଣ୍ଡା, ଶ୍ରୀ ସାହୁ ଓ ଶ୍ରୀ ସହିଷଙ୍କୁ ଦଳକୁ ସ୍ୱାଗତ କରିବା ସହିତ ଏମାନଙ୍କ ଯୋଗଦାନ ପରେ ନୂଆପଡାରେ ବିଜୁ ଜନତା ଦଳ ଅଧିକ ଶକ୍ତିଶାଳୀ ହେବ ବୋଲି ଶ୍ରୀ ମିଶ୍ର କହିଥିଲେ। ନୂଆପଡାରେ ବିଜେଡି ସ୍ଥିତି ମଜବୁତ ରହିଛି। ବିଜୁ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ନୂଆପଡା ଜିଲ୍ଲା ଗଠନ ହୋଇଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମୟରେ ନୂଆପଡାରେ ଅନେକ ବିକାଶମୂଳକ କାର୍ଯ୍ୟ ହୋଇଛି ଯାହାକୁ ଆଜି ବି ନୂଆପଡାବାସୀ ମନେ ରଖିଛନ୍ତି। ଗତ ୧୬ ମାସରେ ବିଜେପି ସରକାର ସବୁ କ୍ଷେତ୍ରରେ ବିଫଳ ହୋଇଛନ୍ତି। ନୂଆପଡା ଉପ ନିର୍ବାଚନରେ ବିଜେଡିର ବିପୁଳ ବିଜୟ ହେବ ବୋଲି ସେ କହିଛନ୍ତି।
ଏହି ଅବସରରେ ହରିଶଚନ୍ଦ୍ର ପଣ୍ଡା କହିଥିଲେ ବିଜେପି ଜୟ ଢୋଲକିଆଙ୍କୁ ନିଜ ଦଳକୁ ନେଇ ପ୍ରାର୍ଥୀ କରି ବିଜେପି କର୍ମକର୍ତ୍ତାଙ୍କୁ ଅଣଦେଖା କରିଛନ୍ତି। ଆମେ ଶୁଣିବାକୁ ପାଉଛୁ ବସନ୍ତ ପଣ୍ଡାଙ୍କୁ ରାଜ୍ୟସଭା ସାଂସଦ ଓ ତାଙ୍କ ପୁତ୍ର ଅଭିନନ୍ଦନଙ୍କୁ ନିଗମ ଅଧ୍ୟକ୍ଷ ପଦର ପ୍ରତିଶ୍ରୁତି ଦେଇଛି ବିଜେପି। ନୀତି ଆଦର୍ଶ କଥା କହୁଥିବା ବିଜେପି କେବଳ ଡିଲ୍ କରୁଛି। ଏହାଦ୍ୱାରା ଅସଲ କର୍ମକର୍ତ୍ତାମାନେ ପ୍ରତାରିତ ହେଉଛନ୍ତି। ଆଗାମୀ ସପ୍ତାହରେ ବିଜେପିର ଶତାଧିକ କର୍ମୀ ବିଜେଡିରେ ଯୋଗଦେବେ। ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ନୂଆପଡାରେ ଅନେକ ବିକାଶମୂଳକ କାର୍ଯ୍ୟ ହୋଇଛି। ନୂଆପଡାବାସୀ ଏହି ନିର୍ବାଚନରେ ବିଜେଡିକୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରାଇବେ ବୋଲି ସେ ଭୋଟରଙ୍କୁ ନିବେଦନ କରିଛନ୍ତି।

Author

ସଂକ୍ଷିପ୍ତ ଖବର

Follow Me
Other Articles
Previous

ବିଜେବି କଲେଜରେ ଶିକ୍ଷଣ ଶିକ୍ଷାଦାନ ସମ୍ବଳ ବିକାଶ ଉପରେ କର୍ମଶାଳା

Next

ବାତ୍ୟାର ପ୍ରଭାବ ଉପରେ ସମୀକ୍ଷା

Recent Posts

  • ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଲକ୍ଷ୍ୟ ହାସଲରେ ଜନଜାତି ଯୁବବର୍ଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରନ୍ତୁ : ମୁଖ୍ୟ ଶାସନ ସଚିବ
  • ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ‘ପ୍ରଭାଦୀପ୍ତ’ ସମ୍ମାନ
  • ଦେଶର ଋଣ ବୋଝ ୨୦୦ଲକ୍ଷ କୋଟିରୁ ଅଧିକ ହେବ
  • ଭାରତରେ ବିଚାର ପ୍ରତୀକ୍ଷାରେ ଅଛି ୫.୬୪ କୋଟି ମାମଲା
  • ଛାତ୍ରଛାତ୍ରୀଙ୍କୁ ହାତବାରିସି କରି ଗୃହରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ରାହୁଲ-ଧର୍ମେନ୍ଦ୍ର

Recent Comments

No comments to show.

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
Hey, I'm Alex. I'm a full-time blogger.
  • X
  • Instagram
  • Facebook
  • YouTube
Work Experience

Blogsy Media

Full-Time Blogger

2022-present

Bright Pen

Content Writer

2019-2021

Blog Nest Weekly

Guest Blogger

2017-2019

Available for Hire
Get In Touch

Recent Posts

  • ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଲକ୍ଷ୍ୟ ହାସଲରେ ଜନଜାତି ଯୁବବର୍ଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରନ୍ତୁ : ମୁଖ୍ୟ ଶାସନ ସଚିବ
    by Rabipriya Dash
    August 6, 2026
  • ଓଡ଼ିଆ ଅସ୍ମିତା, ଓଡ଼ିଆ ଜାତିର ସ୍ୱାଭିମାନ
    by ସଂକ୍ଷିପ୍ତ ଖବର
    October 17, 2024
  • ଜଗନାଥଃ ସ୍ଵାମୀ ନୟନପଥଗାମୀ ଭବତୁ ମେ
    by ସଂକ୍ଷିପ୍ତ ଖବର
    October 17, 2024
  • Labour stand. ନିଳାଦ୍ରୀ ବିହାର
    by ସଂକ୍ଷିପ୍ତ ଖବର
    October 18, 2024

Search...

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.

  • Facebook
  • X
  • Instagram
  • LinkedIn

Latest Posts

  • ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
    -ରାଜ୍ୟର ସବୁ ତହସିଲରେ ଖୋଲିଲା ସବ-ରେଜିଷ୍ଟ୍ରେସନ କାର୍ଯ୍ୟାଳୟ -ଆମ ସାଥୀ ହ୍ୱାଟ୍ସଆପ ଚାଟବଟ… Read more: ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
  • ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା
    ଭୁବନେଶ୍ୱର:୧୩/୧-ପ୍ରସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ଅର୍ପିତା ଚୌଧୁରୀ ଓ… Read more: ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା
  • ହ୍ୟୁମାନ ସାଗରଙ୍କ ପରଲୋକ
    ଭୁବନେଶ୍ୱର:୧୭/୧୧- ଓଡ଼ିଶା ସଙ୍ଗୀତ ତଥା ଓଲିଉଡ଼ ଜଗତର ପ୍ରସିଦ୍ଧ ଗାୟକ ହ୍ୟୁମାନ ସାଗରଙ୍କର… Read more: ହ୍ୟୁମାନ ସାଗରଙ୍କ ପରଲୋକ

Contact

Phone

(+91)9437186052

Email

hi@sankhiptakhabar.com

support@sankhiptakhabar.com

Location

Bhubaneswar, Odisha

Copyright 2026 — ସଂକ୍ଷିପ୍ତ ଖବର. All rights reserved.