Skip to content
-
ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର
ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର
  • Home
  • Politics
  • Governance
  • Economy
  • Opinion
  • Media
    • Video
  • Literature
    • Guest Column
    • More

Welcome to the ultimate source for fresh perspectives! Explore curated content to enlighten, entertain and engage global readers.

  • Facebook
  • X
  • Instagram
  • LinkedIn

Recent Posts

  • ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ‘ପ୍ରଭାଦୀପ୍ତ’ ସମ୍ମାନ
    by ସଂକ୍ଷିପ୍ତ ଖବର
    July 31, 2026
  • ଦେଶର ଋଣ ବୋଝ ୨୦୦ଲକ୍ଷ କୋଟିରୁ ଅଧିକ ହେବ
    by ସଂକ୍ଷିପ୍ତ ଖବର
    July 23, 2026
  • ଭାରତରେ ବିଚାର ପ୍ରତୀକ୍ଷାରେ ଅଛି ୫.୬୪ କୋଟି ମାମଲା
    by ସଂକ୍ଷିପ୍ତ ଖବର
    July 23, 2026
  • ଛାତ୍ରଛାତ୍ରୀଙ୍କୁ ହାତବାରିସି କରି ଗୃହରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ରାହୁଲ-ଧର୍ମେନ୍ଦ୍ର
    by ସଂକ୍ଷିପ୍ତ ଖବର
    July 22, 2026
  • Home
  • Politics
  • Governance
  • Economy
  • Opinion
  • Media
    • Video
  • Literature
    • Guest Column
    • More
Close

Search

GovernanceMediaMore

ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଖୁବଶୀଘ୍ର କ୍ଷତିପୂରଣ

By ସଂକ୍ଷିପ୍ତ ଖବର
May 30, 2025 2 Min Read
Comments Off on ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଖୁବଶୀଘ୍ର କ୍ଷତିପୂରଣ

ଭୁବନେଶ୍ୱର: ୩୦/୫ ରାଜ୍ୟରେ ଚଳିତ ମାସ ୨୭ରୁ ୩୦ ତାରିଖ ମଧ୍ୟରେ ହୋଇଥିବା ଲଘୁଚାପ ଜନିତ ଅଦିନିଆ ବର୍ଷାରେ ବିଭିନ୍ନ ସ୍ଥାନରେ ଫସଲ ଓ ଘରଦ୍ୱାର କ୍ଷତିଗ୍ରସ୍ତ ହୋଇଥିବା ବେଳେ ଖୁବ୍ ଶୀଘ୍ର କ୍ଷୟକ୍ଷତି ସ୍ଥିତି ଆକଳନ କରି କ୍ଷତିପୂରଣ ପ୍ରଦାନ କରାଯିବ।  ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟଠାରେ ଆଭାସୀ ମାଧ୍ୟମରେ ଆୟୋଜିତ ଏକ ସମୀକ୍ଷା ବୈଠକରୁ ଏହା ଜଣା ଯାଇଛି ।

ବୈଠକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୁଝାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସ୍ୱତନ୍ତ୍ର ରିଲିଫ କମିଶନର  ଦେଓରଂଜନ କୁମାର ସିଂହ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଅରବିନ୍ଦ କୁମାର ପାଢ଼ୀ, ଓଡ଼ିଶା କୃଷି ଓ ବୖଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଭାତ କୁମାର ରାଉଳଙ୍କ ସମେତ ବିଭିନ୍ନ ଜିଳ୍ଲାର ଜିଲ୍ଲାପାଳ ପ୍ରମୁଖ ଯୋଗ ଦେଇ କ୍ଷୟକ୍ଷତି ଓ କ୍ଷତିପୂରଣ ସମ୍ପର୍କରେ ଆଲୋଚନା କରିଥିଲେ।

ବୈଠକର ପ୍ରାରମ୍ଭରେ ଭାରତୀୟ ପାଣିପାଗ କେନ୍ଦ୍ର ଆଞ୍ଚଳିକ ଶାଖା ନିର୍ଦ୍ଦେଶିକା ମନୋରମା ମହାନ୍ତି ବର୍ତ୍ତମାନ ଲଘୁଚାପର ଅବସ୍ଥା ଓ ଆଗାମୀ ଦିନରେ ରାଜ୍ୟର ପାଣିପାଗ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ମିଳିଥିବା ତଥ୍ୟ ଅନୁଯାୟୀ ୨୭ ମଇ ରୁ ୩୦ ମଇ ମଧ୍ୟରେ ରାଜ୍ୟରେ ହାରାହାରି ୪୧.୯ ମିମି ବର୍ଷା ହୋଇଥିବା ବେଳେ ୮ ଟି ଜିଲ୍ଲା କେନ୍ଦ୍ରାପଡା, କଳାହାଣ୍ଡି, ଜଗତ୍ସିଂହପୁର, କନ୍ଧମାଳ, ନବରଙ୍ଗପୁର, ଭଦ୍ରକ, ସୁବର୍ଣ୍ଣପୁର ଓ ରାୟଗଡାରେ ୫୦ ମିମି ରୁ ଅଧିକ ବର୍ଷା ହୋଇଛି। ସେହିପରି ଅନ୍ୟ ୨୨ ଟି ଜିଲ୍ଲାରେ ୧୦ ରୁ ୫୦ ମିମି ମଧ୍ୟରେ ବର୍ଷା ରେକର୍ଡ ହୋଇଛି।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ପୂଜାରୀ କହିଥିଲେ ଯେ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ମିଳିତ ଭାବରେ କ୍ଷୟକ୍ଷତିର ସର୍ଭେ କରାଯାଉଛି। ସରକାର ଅଣ ମୌସୁମୀ ସମୟରେ ଅନିୟମିତ ବର୍ଷାକୁ ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଥିବା ବେଳେ ପ୍ରତ୍ୟେକ ଚାଷୀ ଓ ବର୍ଷା ପବନରେ ଘର ଦ୍ୱାର କ୍ଷତିଗ୍ରସ୍ତ ହୋଇଥିବା ବ୍ୟକ୍ତିବିଶେଷଙ୍କୁ ନିଶ୍ଚିତ ଭାବେ କ୍ଷତିପୂରଣ ଦିଆଯିବ। କେହି ବି ଜଣେ ହେଲେ ଯେମିତି କ୍ଷତିପୂରଣ ପାଇବାରୁ ବଂଚିତ ହେବେ ନାହିଁ ସେଥିପ୍ରତି ସରକାର ସଜାଗ ଅଛନ୍ତି।

ଜିଲ୍ଲାପାଳମାନେ ଖୁବ୍ ଶୀଘ୍ର କ୍ଷୟକ୍ଷତିର ରିପୋର୍ଟ ପ୍ରଦାନ କରିବା ପରେ ସରକାର ତୁରନ୍ତ ଏ ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରିବେ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ ମତବ୍ୟକ୍ତ କରିଛନ୍ତି ।

Author

ସଂକ୍ଷିପ୍ତ ଖବର

Follow Me
Other Articles
Previous

ଭୁବନେଶ୍ୱରର ୮୦ ପ୍ରତିଶତ ଡ୍ରେନର ସଫେଇ କାର୍ଯ୍ୟ ସରିଥିବା ଘଟଣାର ତଦନ୍ତ ଆବଶ୍ୟକ

Next

ଓଡ଼ିଶାର ପ୍ରଥମ ବିଜେପି ବିଧାୟକଙ୍କ ପରଲୋକ

Recent Posts

  • ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ‘ପ୍ରଭାଦୀପ୍ତ’ ସମ୍ମାନ
  • ଦେଶର ଋଣ ବୋଝ ୨୦୦ଲକ୍ଷ କୋଟିରୁ ଅଧିକ ହେବ
  • ଭାରତରେ ବିଚାର ପ୍ରତୀକ୍ଷାରେ ଅଛି ୫.୬୪ କୋଟି ମାମଲା
  • ଛାତ୍ରଛାତ୍ରୀଙ୍କୁ ହାତବାରିସି କରି ଗୃହରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ରାହୁଲ-ଧର୍ମେନ୍ଦ୍ର
  • ହସ୍ପିଟାଲରେ ଆହତ ଛାତ୍ରଛାତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

Recent Comments

No comments to show.

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
Hey, I'm Alex. I'm a full-time blogger.
  • X
  • Instagram
  • Facebook
  • YouTube
Work Experience

Blogsy Media

Full-Time Blogger

2022-present

Bright Pen

Content Writer

2019-2021

Blog Nest Weekly

Guest Blogger

2017-2019

Available for Hire
Get In Touch

Recent Posts

  • ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ‘ପ୍ରଭାଦୀପ୍ତ’ ସମ୍ମାନ
    by ସଂକ୍ଷିପ୍ତ ଖବର
    July 31, 2026
  • ଓଡ଼ିଆ ଅସ୍ମିତା, ଓଡ଼ିଆ ଜାତିର ସ୍ୱାଭିମାନ
    by ସଂକ୍ଷିପ୍ତ ଖବର
    October 17, 2024
  • ଜଗନାଥଃ ସ୍ଵାମୀ ନୟନପଥଗାମୀ ଭବତୁ ମେ
    by ସଂକ୍ଷିପ୍ତ ଖବର
    October 17, 2024
  • Labour stand. ନିଳାଦ୍ରୀ ବିହାର
    by ସଂକ୍ଷିପ୍ତ ଖବର
    October 18, 2024

Search...

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.

  • Facebook
  • X
  • Instagram
  • LinkedIn

Latest Posts

  • ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
    -ରାଜ୍ୟର ସବୁ ତହସିଲରେ ଖୋଲିଲା ସବ-ରେଜିଷ୍ଟ୍ରେସନ କାର୍ଯ୍ୟାଳୟ -ଆମ ସାଥୀ ହ୍ୱାଟ୍ସଆପ ଚାଟବଟ… Read more: ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
  • ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା
    ଭୁବନେଶ୍ୱର:୧୩/୧-ପ୍ରସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ଅର୍ପିତା ଚୌଧୁରୀ ଓ… Read more: ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା
  • ହ୍ୟୁମାନ ସାଗରଙ୍କ ପରଲୋକ
    ଭୁବନେଶ୍ୱର:୧୭/୧୧- ଓଡ଼ିଶା ସଙ୍ଗୀତ ତଥା ଓଲିଉଡ଼ ଜଗତର ପ୍ରସିଦ୍ଧ ଗାୟକ ହ୍ୟୁମାନ ସାଗରଙ୍କର… Read more: ହ୍ୟୁମାନ ସାଗରଙ୍କ ପରଲୋକ

Contact

Phone

(+91)9437186052

Email

hi@sankhiptakhabar.com

support@sankhiptakhabar.com

Location

Bhubaneswar, Odisha

Copyright 2026 — ସଂକ୍ଷିପ୍ତ ଖବର. All rights reserved.