Skip to content
-
ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର
ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର
  • Home
  • Politics
  • Governance
  • Economy
  • Opinion
  • Media
    • Video
  • Literature
    • Guest Column
    • More

Welcome to the ultimate source for fresh perspectives! Explore curated content to enlighten, entertain and engage global readers.

  • Facebook
  • X
  • Instagram
  • LinkedIn

Recent Posts

  • ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଲକ୍ଷ୍ୟ ହାସଲରେ ଜନଜାତି ଯୁବବର୍ଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରନ୍ତୁ : ମୁଖ୍ୟ ଶାସନ ସଚିବ
    by Rabipriya Dash
    August 6, 2026
  • ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ‘ପ୍ରଭାଦୀପ୍ତ’ ସମ୍ମାନ
    by ସଂକ୍ଷିପ୍ତ ଖବର
    July 31, 2026
  • ଦେଶର ଋଣ ବୋଝ ୨୦୦ଲକ୍ଷ କୋଟିରୁ ଅଧିକ ହେବ
    by ସଂକ୍ଷିପ୍ତ ଖବର
    July 23, 2026
  • ଭାରତରେ ବିଚାର ପ୍ରତୀକ୍ଷାରେ ଅଛି ୫.୬୪ କୋଟି ମାମଲା
    by ସଂକ୍ଷିପ୍ତ ଖବର
    July 23, 2026
  • Home
  • Politics
  • Governance
  • Economy
  • Opinion
  • Media
    • Video
  • Literature
    • Guest Column
    • More
Close

Search

GovernanceMediaMore

ନିଯୁକ୍ତି ମେଳାରେ ୭ ବିଭାଗରେ ୧୬୮୬ ଜଣଙ୍କୁ ନିଯୁକ୍ତି

୧୫ ମାସରେ ୧,୦୭,୯୨୬ ଜଣଙ୍କୁ ମିଳିଛି ସରକାରୀ ଓ ବେସରକାରୀ ନିଯୁକ୍ତି

ଭୁବନେଶ୍ୱର:୧୫/୯-ସରକାରୀ ଚାକିରୀ କେବଳ ସୁରକ୍ଷିତ ଜୀବନ ଜୀବିକା ପ୍ରଦାନ କରିନଥାଏ, ଏହା ହେଉଛି ଜନସେବାର ଏକ ପ୍ରକୃଷ୍ଟ ଓ ପ୍ରଭାବୀ ମାଧ୍ୟମ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତି ମେଳା ଅବସରରେ ନବ ନିଯୁକ୍ତ ଅଧିକାରୀ ମାନଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି। ସୂଚନାଯୋଗ୍ୟ ଯେ, ଭୁବନେଶ୍ୱର ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଏକାଦଶତମ ନିଯୁକ୍ତି ମେଳା ଆଜି ଅନୁଷ୍ଠିତ ହୋଇଛି। ଏଥିରେ ୭ଟି ବିଭାଗ ଯଥା- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ସର୍ବାଧିକ ୯୮୨ ଜଣ, ଜଳ ସମ୍ପଦ ବିଭାଗରେ ୪୧୩ ଜଣ, କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ୩୪ ଜଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୩୬ ଜଣ , ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗରେ ୨୩ ଜଣ, ଅର୍ଥ ବିଭାଗରେ ୬୧ ଜଣ ଓ ଆଇନ୍ ବିଭାଗରେ ୩୭ ଜଣଙ୍କୁ ଏହିଭଳି ସମୁଦାୟ ୧୬୮୬ ଜଣଙ୍କୁ ବିଭିନ୍ନ ବର୍ଗରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ସରକାରଙ୍କ ଦ୍ୱିତୀୟ ବର୍ଷ ପ୍ରାରମ୍ଭର ଏହା ହେଉଛି ଦ୍ୱିତୀୟ ନିଯୁକ୍ତି ମେଳା।

ମୁଖ୍ୟମନ୍ତ୍ରୀ ଉପସ୍ଥିତ ନବ ନିଯୁକ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଆପଣମାନଙ୍କର କର୍ତ୍ତବ୍ୟ ହେଉଛି ସରକାରଙ୍କ ନୀତି ନିୟମର ମର୍ଯ୍ୟାଦାରେ ରହି ନିଜ କାର୍ଯ୍ୟ ସମ୍ପାଦନ କରିବା। ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସମସ୍ତେ ଭଲ କାମ କରନ୍ତୁ, ସୁନାମ ଅର୍ଜନ କରନ୍ତୁ, ସଚ୍ଚୋଟତାକୁ ୱାର୍କ କଲ୍‌ଚରର ଅବିଚ୍ଛେଦ୍ୟ ଅଙ୍ଗ ବନାନ୍ତୁ। ଅସୀମିତ ଆତ୍ମସନ୍ତୋଷ ପାଇବେ। ସାଧାରଣ ଗରିବ ଜନତାଙ୍କ ଆଶୀର୍ବାଦ ହେବ ଆପଣଙ୍କ ପାଇଁ ସବୁଠାରୁ ବଡ ପୁଞ୍ଜି। ସାଂପ୍ରତିକ ପରିସ୍ଥିତିରେ ଯୁବ ସମାଜ ପାଇଁ ସବୁଠାରୁ ବଡ ଆହ୍ୱାନ ହେଉଛି ରୋଜଗାର ବିଶେଷ ଭାବେ ନିଯୁକ୍ତି। ସେଥିପାଇଁ ମାତ୍ର ୧୫ ମାସ ମଧ୍ୟରେ ୧୧ଟି ନିଯୁକ୍ତି ମେଳା ଜରିଆରେ ସରକାରୀ କ୍ଷେତ୍ରରେ ଆମେ ଆଜିକୁ ମିଶାଇ ସମୁଦାୟ ୩୦,୦୩୨ ଟି ପଦବୀରେ ନିଯୁକ୍ତି ପ୍ରଦାନ କରିଛୁ। ସରକାର ଆସିବାର ପ୍ରଥମ ଦୁଇ ବର୍ଷରେ ୬୫ ହଜାର ସରକାରୀ ପଦବୀ ପୂରଣ କରାଯିବାର ଲକ୍ଷ୍ୟ ରହିଥିଲା। ଜୁନ୍ ୨୦୨୬ ଶେଷ ସୁଦ୍ଧା ଆହୁରି ୪୦ ହଜାର ସରକାରୀ ପଦବୀ ପୂରଣ ହେବ।

ସରକାରୀ ପଦବୀ ପୂରଣ କରିବାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ବନ କରାଯାଉଛି, ମେରିଟ୍ ବେସିସ୍‌ରେ ଚୟନ କରାଯାଉଛି। ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ରାଜ୍ୟରେ ଯୁବ ବର୍ଗଙ୍କ ପାଇଁ ପର୍ଯ୍ୟାପ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯାଉଛି। ୧୫ ମାସ ମଧ୍ୟରେ ସରକାରଙ୍କ ପକ୍ଷରୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ୧,୦୭,୯୨୬ ଜଣଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ୩୦ ଜଣ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ନବନିଯୁକ୍ତଙ୍କ ମଧ୍ୟରୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଯୋଗଦେଇଥିବା ସମ୍ବଲପୁରର ଶିବାନୀ ଷଡଙ୍ଗୀ ଓ ଅର୍ଥ ବିଭାଗରେ ଯୋଗଦେଇଥିବା କଟକ ଜିଲ୍ଲାର ବିଶ୍ୱଜିତ୍ ପ୍ରଧାନ ତାଙ୍କ ଅନୁଭୂତି ଓ ଅଭିଜ୍ଞତାରେ ସରକାରଙ୍କ ସ୍ୱଚ୍ଛ ଓ ନିରପେକ୍ଷ ଚୟନ ପଦ୍ଧତି ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ସ୍ୱାଗତ ଭାଷଣ ଦେଇଥିଲେ। ଉପ ମୁଖ୍ୟମନ୍ତ୍ରୀଙ୍କ ସମେତ ଆଇନ ମନ୍ତ୍ରୀ , ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ, ଦକ୍ଷତା ବିକାଶ ମନ୍ତ୍ରୀ ଓ ଉନ୍ନୟନ କମିଶନର ପ୍ରମୁଖ ଉପସ୍ଥିତ ଥିଲେ।

Author

ସଂକ୍ଷିପ୍ତ ଖବର

Follow Me
Other Articles
Previous

ଇଞ୍ଜିନିୟର୍ସ ଡେ ପାଳିତ

Next

୧୨ ଟି ଜିଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

Recent Posts

  • ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଲକ୍ଷ୍ୟ ହାସଲରେ ଜନଜାତି ଯୁବବର୍ଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରନ୍ତୁ : ମୁଖ୍ୟ ଶାସନ ସଚିବ
  • ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ‘ପ୍ରଭାଦୀପ୍ତ’ ସମ୍ମାନ
  • ଦେଶର ଋଣ ବୋଝ ୨୦୦ଲକ୍ଷ କୋଟିରୁ ଅଧିକ ହେବ
  • ଭାରତରେ ବିଚାର ପ୍ରତୀକ୍ଷାରେ ଅଛି ୫.୬୪ କୋଟି ମାମଲା
  • ଛାତ୍ରଛାତ୍ରୀଙ୍କୁ ହାତବାରିସି କରି ଗୃହରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ରାହୁଲ-ଧର୍ମେନ୍ଦ୍ର

Recent Comments

No comments to show.

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
Hey, I'm Alex. I'm a full-time blogger.
  • X
  • Instagram
  • Facebook
  • YouTube
Work Experience

Blogsy Media

Full-Time Blogger

2022-present

Bright Pen

Content Writer

2019-2021

Blog Nest Weekly

Guest Blogger

2017-2019

Available for Hire
Get In Touch

Recent Posts

  • ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଲକ୍ଷ୍ୟ ହାସଲରେ ଜନଜାତି ଯୁବବର୍ଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରନ୍ତୁ : ମୁଖ୍ୟ ଶାସନ ସଚିବ
    by Rabipriya Dash
    August 6, 2026
  • ଓଡ଼ିଆ ଅସ୍ମିତା, ଓଡ଼ିଆ ଜାତିର ସ୍ୱାଭିମାନ
    by ସଂକ୍ଷିପ୍ତ ଖବର
    October 17, 2024
  • ଜଗନାଥଃ ସ୍ଵାମୀ ନୟନପଥଗାମୀ ଭବତୁ ମେ
    by ସଂକ୍ଷିପ୍ତ ଖବର
    October 17, 2024
  • Labour stand. ନିଳାଦ୍ରୀ ବିହାର
    by ସଂକ୍ଷିପ୍ତ ଖବର
    October 18, 2024

Search...

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.

  • Facebook
  • X
  • Instagram
  • LinkedIn

Latest Posts

  • ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
    -ରାଜ୍ୟର ସବୁ ତହସିଲରେ ଖୋଲିଲା ସବ-ରେଜିଷ୍ଟ୍ରେସନ କାର୍ଯ୍ୟାଳୟ -ଆମ ସାଥୀ ହ୍ୱାଟ୍ସଆପ ଚାଟବଟ… Read more: ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
  • ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା
    ଭୁବନେଶ୍ୱର:୧୩/୧-ପ୍ରସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ଅର୍ପିତା ଚୌଧୁରୀ ଓ… Read more: ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା
  • ହ୍ୟୁମାନ ସାଗରଙ୍କ ପରଲୋକ
    ଭୁବନେଶ୍ୱର:୧୭/୧୧- ଓଡ଼ିଶା ସଙ୍ଗୀତ ତଥା ଓଲିଉଡ଼ ଜଗତର ପ୍ରସିଦ୍ଧ ଗାୟକ ହ୍ୟୁମାନ ସାଗରଙ୍କର… Read more: ହ୍ୟୁମାନ ସାଗରଙ୍କ ପରଲୋକ

Contact

Phone

(+91)9437186052

Email

hi@sankhiptakhabar.com

support@sankhiptakhabar.com

Location

Bhubaneswar, Odisha

Copyright 2026 — ସଂକ୍ଷିପ୍ତ ଖବର. All rights reserved.