Skip to content
-
ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର
ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର
  • Home
  • Politics
  • Governance
  • Economy
  • Opinion
  • Media
    • Video
  • Literature
    • Guest Column
    • More

Welcome to the ultimate source for fresh perspectives! Explore curated content to enlighten, entertain and engage global readers.

  • Facebook
  • X
  • Instagram
  • LinkedIn

Recent Posts

  • ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଲକ୍ଷ୍ୟ ହାସଲରେ ଜନଜାତି ଯୁବବର୍ଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରନ୍ତୁ : ମୁଖ୍ୟ ଶାସନ ସଚିବ
    by Rabipriya Dash
    August 6, 2026
  • ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ‘ପ୍ରଭାଦୀପ୍ତ’ ସମ୍ମାନ
    by ସଂକ୍ଷିପ୍ତ ଖବର
    July 31, 2026
  • ଦେଶର ଋଣ ବୋଝ ୨୦୦ଲକ୍ଷ କୋଟିରୁ ଅଧିକ ହେବ
    by ସଂକ୍ଷିପ୍ତ ଖବର
    July 23, 2026
  • ଭାରତରେ ବିଚାର ପ୍ରତୀକ୍ଷାରେ ଅଛି ୫.୬୪ କୋଟି ମାମଲା
    by ସଂକ୍ଷିପ୍ତ ଖବର
    July 23, 2026
  • Home
  • Politics
  • Governance
  • Economy
  • Opinion
  • Media
    • Video
  • Literature
    • Guest Column
    • More
Close

Search

GovernanceMore

80 ବର୍ଷରୁ ଅଧିକ ବୟସ ଏବଂ 80 ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ବ୍ୟକ୍ତିଙ୍କ ମାସିକ ପେନସନ 3500 ଟଙ୍କାକୁ ବୃଦ୍ଧି

ଉପକୃତ ହେବେ ରାଜ୍ୟର 4,17,496 ହିତାଧିକାରୀ

ଭୁବନେଶ୍ୱର 16/01/25- ରାଜ୍ୟର 80 ବର୍ଷ ବା ତା’ଠାରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ଏବଂ 80 ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀମାନେ ଆଜିଠାରୁ ମାସକୁ 3500 ଟଙ୍କା ପେନସନ ପାଇବେ। ପୂର୍ବରୁ ସେମାନେ 1200 ଟଙ୍କା ପେନସନ ପାଉଥିବା ବେଳେ ଏଥିରେ 2300 ଟଙ୍କା ବୃଦ୍ଧି କରାଯାଇ 3500 ଟଙ୍କା କରାଯାଇଛି। ଏହା ଦ୍ୱାରା ରାଜ୍ୟର 4,17,496 ଜଣ ବ୍ୟକ୍ତି ଉପକୃତ ହେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଠାରେ ଏହି ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯେଉଁ ସମାଜରେ ବରିଷ୍ଠ ନାଗରିକ, ଭିନ୍ନକ୍ଷମ ଓ ଅସହାୟ ବ୍ୟକ୍ତିଙ୍କୁ ସମ୍ମାନ ଓ ଆଦର ଦିଆଯାଏ, ସେହି ସମାଜ ହେଉଛି ଏକ ଆଦର୍ଶ ସମାଜ। ଏ ମାନଙ୍କ ପ୍ରତି ସମାଜ ସମ୍ବେଦନଶୀଳ ହେବା ଆବଶ୍ୟକ। ବରିଷ୍ଠ ନାଗରିକ ମାନେ ହେଉଛନ୍ତି ଆମ ଆସ୍ଥା ଓ ବିଶ୍ୱାସର ମନ୍ଦିର। ସେମାନଙ୍କ ହସ, ଖୁସି ଏବଂ ଯୁବ ସମାଜ ଉପରେ ସେମାନଙ୍କ ଅଖଣ୍ଡ ଆସ୍ଥା ହିଁ ଆମ ବିରଳ ସମ୍ପତ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆରେ ଆୟୋଜିତ ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଷ୍ଟ୍ରୀୟ ସାମାଜିକ କାର୍ଯ୍ୟକ୍ରମର ହିତାଧିକାରୀ ହୁଅନ୍ତୁ ବା ମଧୁବାବୁ ପେନସନ ହିତାଧିକାରୀ, ସମସ୍ତେ ଏହି ବର୍ଦ୍ଧିତ ପେନସନ ପାଇବେ। କେନ୍ଦୁଝର ଜିଲ୍ଲାର ମଧ୍ୟ 9,913 ଜଣ ବ୍ୟକ୍ତି ଏଥିରେ ଅନ୍ତର୍ଭୁକ୍ତ ଅଛନ୍ତି। ଆଜିର ଏହି କାର୍ଯ୍ୟକ୍ରମ ଏକ ଆଦର୍ଶ ସମାଜ ଆଡକୁ ଆମ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ପାହାଚ। ନୂଆ ସରକାର ଆପଣ ମାନଙ୍କୁ କଥା ଦେଇଥିଲେ, କଥା ରଖିଛନ୍ତି। ଆପଣମାନଙ୍କ ପାଇଁ ଏହି ବର୍ଦ୍ଧିତ ପେନସନର ଶୁଭାରମ୍ଭ କରି ମୁଁ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ସେ କହିଥିଲେ।

ସେ କହିଥିଲେ ଯେ, ଜଣେ ମଣିଷ ଭାବରେ ଆପଣ ଯଦି, ବୟସ୍କ ଓ ଭିନ୍ନକ୍ଷମଙ୍କୁ କିଛି ସହାୟତା ବା ସହଯୋଗ କରିପାରନ୍ତି, ତାହା ବାସ୍ତବିକ ମନକୁ ଖୁସି ଦିଏ ଏବଂ ପୁଣ୍ୟ ଅର୍ଜନ ହୋଇଥାଏ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ବୟସ୍କ, ଭିନ୍ନକ୍ଷମମାନେ ସେମାନଙ୍କର ସମସ୍ୟା ନେଇ ଆସିଥାନ୍ତି। ମୁଁ ଆଗ ପ୍ରାଧାନ୍ୟ ଦେଇ ସେମାନଙ୍କ ସମସ୍ୟା ଶୁଣେ ଓ ତା’ର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥାଏ। ଗରିବ, ଭିନ୍ନକ୍ଷମ ଓ ଅସହାୟଙ୍କୁ ସାହାଯ୍ୟ କରି ମୁଁ ଯେଉଁ ସନ୍ତୋଷ ପାଉଛି, ତାହା ହେଉଛି ମୋ ଜୀବନର ସବୁଠାରୁ ଶ୍ରେଷ୍ଠ ପୁଞ୍ଜି ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ରକ୍ଷାକର ଜେନା, ଯୋଗେନ୍ଦ୍ର ନାୟକ, ରଜନୀ ମହାନ୍ତିଙ୍କୁ ବର୍ଦ୍ଧିତ ବୟସ୍କ ଭତ୍ତା ଏବଂ ସତ୍ୟଭାମା ସେଠୀ, ଅନିରୁଦ୍ଧ ଦାସ ଏବଂ ଜୟକୃଷ୍ଣ ମହନ୍ତଙ୍କୁ ବର୍ଦ୍ଧିତ ଭିନ୍ନକ୍ଷମ ଭତ୍ତା ପ୍ରଦାନ କରିଥିଲେ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରିମଣ୍ଡଳର ସଦସ୍ୟ, ସାଂସଦ, ବିଧାୟକ ଓ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ।

Author

ସଂକ୍ଷିପ୍ତ ଖବର

Follow Me
Other Articles
Previous

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସହ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧକ୍ଷଙ୍କ ସୌଜନ୍ୟ ମୂଳକ ସାକ୍ଷାତ

Next

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି

Recent Posts

  • ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଲକ୍ଷ୍ୟ ହାସଲରେ ଜନଜାତି ଯୁବବର୍ଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରନ୍ତୁ : ମୁଖ୍ୟ ଶାସନ ସଚିବ
  • ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ‘ପ୍ରଭାଦୀପ୍ତ’ ସମ୍ମାନ
  • ଦେଶର ଋଣ ବୋଝ ୨୦୦ଲକ୍ଷ କୋଟିରୁ ଅଧିକ ହେବ
  • ଭାରତରେ ବିଚାର ପ୍ରତୀକ୍ଷାରେ ଅଛି ୫.୬୪ କୋଟି ମାମଲା
  • ଛାତ୍ରଛାତ୍ରୀଙ୍କୁ ହାତବାରିସି କରି ଗୃହରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ରାହୁଲ-ଧର୍ମେନ୍ଦ୍ର

Recent Comments

No comments to show.

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
Hey, I'm Alex. I'm a full-time blogger.
  • X
  • Instagram
  • Facebook
  • YouTube
Work Experience

Blogsy Media

Full-Time Blogger

2022-present

Bright Pen

Content Writer

2019-2021

Blog Nest Weekly

Guest Blogger

2017-2019

Available for Hire
Get In Touch

Recent Posts

  • ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଲକ୍ଷ୍ୟ ହାସଲରେ ଜନଜାତି ଯୁବବର୍ଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରନ୍ତୁ : ମୁଖ୍ୟ ଶାସନ ସଚିବ
    by Rabipriya Dash
    August 6, 2026
  • ଓଡ଼ିଆ ଅସ୍ମିତା, ଓଡ଼ିଆ ଜାତିର ସ୍ୱାଭିମାନ
    by ସଂକ୍ଷିପ୍ତ ଖବର
    October 17, 2024
  • ଜଗନାଥଃ ସ୍ଵାମୀ ନୟନପଥଗାମୀ ଭବତୁ ମେ
    by ସଂକ୍ଷିପ୍ତ ଖବର
    October 17, 2024
  • Labour stand. ନିଳାଦ୍ରୀ ବିହାର
    by ସଂକ୍ଷିପ୍ତ ଖବର
    October 18, 2024

Search...

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.

  • Facebook
  • X
  • Instagram
  • LinkedIn

Latest Posts

  • ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
    -ରାଜ୍ୟର ସବୁ ତହସିଲରେ ଖୋଲିଲା ସବ-ରେଜିଷ୍ଟ୍ରେସନ କାର୍ଯ୍ୟାଳୟ -ଆମ ସାଥୀ ହ୍ୱାଟ୍ସଆପ ଚାଟବଟ… Read more: ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
  • ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା
    ଭୁବନେଶ୍ୱର:୧୩/୧-ପ୍ରସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ଅର୍ପିତା ଚୌଧୁରୀ ଓ… Read more: ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା
  • ହ୍ୟୁମାନ ସାଗରଙ୍କ ପରଲୋକ
    ଭୁବନେଶ୍ୱର:୧୭/୧୧- ଓଡ଼ିଶା ସଙ୍ଗୀତ ତଥା ଓଲିଉଡ଼ ଜଗତର ପ୍ରସିଦ୍ଧ ଗାୟକ ହ୍ୟୁମାନ ସାଗରଙ୍କର… Read more: ହ୍ୟୁମାନ ସାଗରଙ୍କ ପରଲୋକ

Contact

Phone

(+91)9437186052

Email

hi@sankhiptakhabar.com

support@sankhiptakhabar.com

Location

Bhubaneswar, Odisha

Copyright 2026 — ସଂକ୍ଷିପ୍ତ ଖବର. All rights reserved.