Skip to content
-
ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର
ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର ସଂକ୍ଷିପ୍ତ ଖବର
  • Home
  • Politics
  • Governance
  • Economy
  • Opinion
  • Media
    • Video
  • Literature
    • Guest Column
    • More

Welcome to the ultimate source for fresh perspectives! Explore curated content to enlighten, entertain and engage global readers.

  • Facebook
  • X
  • Instagram
  • LinkedIn

Recent Posts

  • ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ‘ପ୍ରଭାଦୀପ୍ତ’ ସମ୍ମାନ
    by ସଂକ୍ଷିପ୍ତ ଖବର
    July 31, 2026
  • ଦେଶର ଋଣ ବୋଝ ୨୦୦ଲକ୍ଷ କୋଟିରୁ ଅଧିକ ହେବ
    by ସଂକ୍ଷିପ୍ତ ଖବର
    July 23, 2026
  • ଭାରତରେ ବିଚାର ପ୍ରତୀକ୍ଷାରେ ଅଛି ୫.୬୪ କୋଟି ମାମଲା
    by ସଂକ୍ଷିପ୍ତ ଖବର
    July 23, 2026
  • ଛାତ୍ରଛାତ୍ରୀଙ୍କୁ ହାତବାରିସି କରି ଗୃହରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ରାହୁଲ-ଧର୍ମେନ୍ଦ୍ର
    by ସଂକ୍ଷିପ୍ତ ଖବର
    July 22, 2026
  • Home
  • Politics
  • Governance
  • Economy
  • Opinion
  • Media
    • Video
  • Literature
    • Guest Column
    • More
Close

Search

GovernanceGuest ColumnMediaMore

ବାତ୍ୟା ପ୍ରଭାବିତ ଆଶଙ୍କା ଥିବା ଜିଲାରେ ନିଆଗଲା ଆଗୁଆ ପଦକ୍ଷେପ

By ସଂକ୍ଷିପ୍ତ ଖବର
October 26, 2025 2 Min Read
Comments Off on ବାତ୍ୟା ପ୍ରଭାବିତ ଆଶଙ୍କା ଥିବା ଜିଲାରେ ନିଆଗଲା ଆଗୁଆ ପଦକ୍ଷେପ

ବାତ୍ୟା ପ୍ରଭାବିତ ହେବାକୁ ଥିବା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ସହ ସମସ୍ତ ସ୍କୁଲ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୬/୧୦-ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ କମିଶନର  ଦେଓରଞ୍ଜନ କୁମାର ସିଂ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି । ବୈଠକ ପରେ ରାଜୀବ ଭବନଠାରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ପୂଜାରୀ କହିଥିଲେ ଯେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାକୁ ୬ କିଲୋମିଟର ବେଗରେ ଗତି କରୁଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ୮ଟି ଜିଲ୍ଲା ଯଥା-ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ସବୁଠାରୁ ଅଧିକ ପ୍ରଭାବିତ ହେବ । ଏହିସବୁ ଜିଲ୍ଲାଗୁଡ଼ିକୁ ରେଡ୍‌ ଜୋନ୍‌ ଅନ୍ତର୍ଭୁକ୍ତ କରାଯାଇଛି । କାକିନାଡ଼ା ଓ ମଛଲିପଟନମ୍‌ ଯେଉଁଠାରେ ବାତ୍ୟା ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ମାଲକାନଗିରି ସେଠାରୁ ମାତ୍ର ୨୦୦ କିଲୋମିଟର ଦୂରରେ ଅବସ୍ଥିତ । ଗତକାଲି ପନ୍ଦରଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପ୍ରସ୍ତୁତି ସଂପର୍କରେ ଆଲୋଚନା ହୋଇଥିବାବେଳେ ଆଜି ସମସ୍ତ ୩୦ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପୂର୍ବ ପ୍ରସ୍ତୁତି ଓ ଏହାର ମୁକାବିଲା ସଂପର୍କରେ ବିଶଦ ଭାବେ ଆଲୋଚନା ହୋଇଛି ।

ମନ୍ତ୍ରୀ ଶ୍ରୀ ପୂଜାରୀ ପୁଣି କହିଛନ୍ତି ଯେ ସର୍ବାଧିକ ପ୍ରଭାବିତ ୮ଟି ଜିଲ୍ଲା ବ୍ୟତୀତ ଅନ୍ୟ ୨୨ଟି ଜିଲ୍ଲାରେ ବାତ୍ୟା ପ୍ରଭାବରେ ବର୍ଷାର ସମ୍ଭାବନା ରହିଛି । ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ସଂପୃକ୍ତ ବିଭାଗଗୁଡ଼ିକ ସହ ଆଲୋଚନା କରାଯାଇଛି । ଆବଶ୍ୟକ ପଡ଼ିଲେ ପଡୋଶୀ ଜିଲ୍ଲାକୁ ସହାୟତା କରିବା ପାଇଁ ମଧ୍ୟ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗଜପତି ଜିଲ୍ଲାରେ ସମ୍ଭାବ୍ୟ ଭୂସ୍ଖଳନର ଆଶଙ୍କା ଥିବାରୁ ସେଠାରେ ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀଙ୍କୁ ଆଗୁଆ ମୁତୟନ କରାଯାଇଛି । ଅଧିକ ସାହାଯ୍ୟକାରୀ ଦଳ ଆବଶ୍ୟକ ପଡ଼ିଲେ ନିକଟବର୍ତ୍ତୀ ଜିଲ୍ଲାଗୁଡ଼ିକରୁ ମଧ୍ୟ ପଠାଯାଇପାରିବ ।

ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ଶକ୍ତି ବିଭାଗ ସହ ଆଲୋଚନା ହୋଇଛି । ଡାକ୍ତରଖାନା, ଜରୁରୀ ସେବା, ପାନୀୟ ଜଳ ଯୋଗାଇଦେବା ପାଇଁ ବିକଳ୍ପ ଶକ୍ତିର ବ୍ୟବସ୍ଥା କରାଯାଇଛି । ବୟସ୍କ, ଶିଶୁମାନଙ୍କୁ ଆଗୁଆ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ସହ ଆସନ୍ନ ପ୍ରସବାମାନଙ୍କୁ ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ରଖାଯିବାର ବ୍ୟବସ୍ଥା କରାଯାଇଛି । ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଭଳି ଉଚ୍ଚସ୍ଥାନରେ ଥିବା ଲୋକମାନଙ୍କୁ ସମତଳ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ବ୍ୟବସ୍ଥା କରାଯାଇଛି। ମତ୍ସ୍ୟଜୀବୀମାନେ ସମୁଦ୍ରରୁ ଫେରି ଆସିଲେଣି । ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି । ସେହିଭଳି ସମୁଦ୍ର କୂଳରେ ରହୁଥିବା ପର୍ଯ୍ୟଟକମାନେ ମଧ୍ୟ ସମୁଦ୍ର ତଟକୁ ନଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରୀ କ୍ଷେତ୍ରରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିବା ସହ ସମସ୍ତ ସ୍କୁଲ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ସହ ସ୍କୁଲ ଘର ଓ ଗୋଷ୍ଠୀ କେନ୍ଦ୍ରଗୁଡ଼ିକୁ ଲୋକମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ଧାନ ଅମଳର ସମୟ ହୋଇଥିବାରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ନିଜର ଶସ୍ୟକୁ ସୁରକ୍ଷିତ ରଖିବା ପାଇଁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି ।

ସହରାଞ୍ଚଳଗୁଡ଼ିକ ଜଳମଗ୍ନ ହେବାର ଆଶଙ୍କା ରହିଥିବାରୁ ଆବଶ୍ୟକ ସ୍ଥଳେ ତୁରନ୍ତ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଏଥି ପାଇଁ ଆଗୁଆ ପାଣିପମ୍ପର ବ୍ୟବସ୍ଥା କରାଯାଉଛି । ଜଳସମ୍ପଦ ବିଭାଗ ସହିତ ମଧ୍ୟ ନଦୀର ଜଳସ୍ତର ନେଇ ଆଲୋଚନା ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି । ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ସିଂ କହିଲେ ଯେ ଆଜି ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରାଯାଇଛି । ରେଡ୍‌ ଜୋନ୍‌ରେ ଥିବା ୮ଟି ଜିଲ୍ଲାରେ ଆସନ୍ତାକାଲିଠାରୁ ବର୍ଷା ଆରମ୍ଭ ହୋଇଯାଇପାରେ । ୨୮/୨୯ ତାରିଖ ବେଳକୁ ବର୍ଷାର ପ୍ରଭାବ ବୃଦ୍ଧି ପାଇବ ଏବଂ ୩୦ ତାରିଖ ବେଳକୁ ପ୍ରଭାବ ହ୍ରାସ ପାଇବାର ସମ୍ଭାବନା ରହିଛି। ବର୍ତ୍ତମାନ ସୁଦ୍ଧା ୧୨୮ଟି ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀ ଦଳଙ୍କୁ ୮ଟି ଜିଲ୍ଲାରେ ମୁତୟନ କରାଯାଇଛି । ଜିଲ୍ଲାପାଳମାନଙ୍କୁ ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ବିପଦ ଆଶଙ୍କା ଥିବା ସ୍ଥାନମାନଙ୍କରୁ ଜନସାଧାରଣଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Author

ସଂକ୍ଷିପ୍ତ ଖବର

Follow Me
Other Articles
Previous

ଘୂର୍ଣ୍ଣିବଳୟ ‘ମନ୍ଥା’ ପାଇଁ ଆଲର୍ଟରେ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ

Next

ଅକ୍ଟୋବର ୩୧ ଯାଏଁ ସମସ୍ତ କୃଷି ଅଧିକାରୀଙ୍କ ଛୁଟି ବାତିଲ

Recent Posts

  • ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ‘ପ୍ରଭାଦୀପ୍ତ’ ସମ୍ମାନ
  • ଦେଶର ଋଣ ବୋଝ ୨୦୦ଲକ୍ଷ କୋଟିରୁ ଅଧିକ ହେବ
  • ଭାରତରେ ବିଚାର ପ୍ରତୀକ୍ଷାରେ ଅଛି ୫.୬୪ କୋଟି ମାମଲା
  • ଛାତ୍ରଛାତ୍ରୀଙ୍କୁ ହାତବାରିସି କରି ଗୃହରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ରାହୁଲ-ଧର୍ମେନ୍ଦ୍ର
  • ହସ୍ପିଟାଲରେ ଆହତ ଛାତ୍ରଛାତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

Recent Comments

No comments to show.

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
Hey, I'm Alex. I'm a full-time blogger.
  • X
  • Instagram
  • Facebook
  • YouTube
Work Experience

Blogsy Media

Full-Time Blogger

2022-present

Bright Pen

Content Writer

2019-2021

Blog Nest Weekly

Guest Blogger

2017-2019

Available for Hire
Get In Touch

Recent Posts

  • ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ‘ପ୍ରଭାଦୀପ୍ତ’ ସମ୍ମାନ
    by ସଂକ୍ଷିପ୍ତ ଖବର
    July 31, 2026
  • ଓଡ଼ିଆ ଅସ୍ମିତା, ଓଡ଼ିଆ ଜାତିର ସ୍ୱାଭିମାନ
    by ସଂକ୍ଷିପ୍ତ ଖବର
    October 17, 2024
  • ଜଗନାଥଃ ସ୍ଵାମୀ ନୟନପଥଗାମୀ ଭବତୁ ମେ
    by ସଂକ୍ଷିପ୍ତ ଖବର
    October 17, 2024
  • Labour stand. ନିଳାଦ୍ରୀ ବିହାର
    by ସଂକ୍ଷିପ୍ତ ଖବର
    October 18, 2024

Search...

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.

  • Facebook
  • X
  • Instagram
  • LinkedIn

Latest Posts

  • ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
    -ରାଜ୍ୟର ସବୁ ତହସିଲରେ ଖୋଲିଲା ସବ-ରେଜିଷ୍ଟ୍ରେସନ କାର୍ଯ୍ୟାଳୟ -ଆମ ସାଥୀ ହ୍ୱାଟ୍ସଆପ ଚାଟବଟ… Read more: ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
  • ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା
    ଭୁବନେଶ୍ୱର:୧୩/୧-ପ୍ରସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ଅର୍ପିତା ଚୌଧୁରୀ ଓ… Read more: ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା
  • ହ୍ୟୁମାନ ସାଗରଙ୍କ ପରଲୋକ
    ଭୁବନେଶ୍ୱର:୧୭/୧୧- ଓଡ଼ିଶା ସଙ୍ଗୀତ ତଥା ଓଲିଉଡ଼ ଜଗତର ପ୍ରସିଦ୍ଧ ଗାୟକ ହ୍ୟୁମାନ ସାଗରଙ୍କର… Read more: ହ୍ୟୁମାନ ସାଗରଙ୍କ ପରଲୋକ

Contact

Phone

(+91)9437186052

Email

hi@sankhiptakhabar.com

support@sankhiptakhabar.com

Location

Bhubaneswar, Odisha

Copyright 2026 — ସଂକ୍ଷିପ୍ତ ଖବର. All rights reserved.